୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଓ ୪ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ।
ବୁଧବାରଠାରୁ ଅଧା ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହେବ । ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ଜୋର୍ରେ ପବନ ବହିବ । ୩ ଓ ୪ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ । ଏହି ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ବର୍ଷା ଓ ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିପାରେ । #news #odiaxpress #rain #odisha